ରାଜ୍ୟରେ ବଦଳିଛି ପାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବୁଧବାର ଓ ଗୁରୁବାର ସକାଳୁ ହାଲୁକା ବର୍ଷା ହୋଇଛି । ସକାଳୁ ସକାଳୁ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ୨୩ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷାର ପ୍ରଭାବ । ଆଜି ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି । ବଜ୍ରପାତ ଓ ଝଡ଼ତୋଫାନ ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ପଟେ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତା 24 ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଝଡ଼ବର୍ଷା ନେଇ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ବର୍ଷା ପାଇଁ ତାତି ଟିକେ କମିବ ବୋଲି ଜଣା ପଡିଛି।

