ଆଜି ଯାଜପୁରର ପ୍ରସିଦ୍ଧ ପବିତ୍ର ବାରୁଣୀ ସ୍ନାନ। ବାରୁଣୀରେ ବୁଡ଼ ପକାଉଛନ୍ତି ଶ୍ରଦ୍ଧାଳୁ। ବୁଡ଼ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ବୈତରଣୀ ନଦୀର ଦଶାଶ୍ବମେଧ ଘାଟରେ ଭିଡ଼, ଋଷିକୁଲ୍ୟା ଓ ବଡ଼ ନଦୀ ସଙ୍ଗମ ସ୍ଥଳରେ ବୁଡ଼ ପକାଉଛନ୍ତି ଭକ୍ତ। ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ସହ ଅସ୍ଥି ବିସର୍ଜନ ହେଉଛି। ଏହି ଦିନ ତୀର୍ଥ ପୁଷ୍କରିଣୀରେ ସ୍ନାନ କଲେ ପାପ କ୍ଷୟ ହୁଏ ବୋଲି ବିଶ୍ୱାସ ରହିଛି। ଭିଡକୁ ଦୃଷ୍ଟିରେ ରଖି ପୁଲିସ ଓ ପୌର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଠାରେ ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଥିବା ବେଳେ ବ୍ୟାରିକେଟ ଓ ଖରା ଦୃଷ୍ଟିରୁ ଜଳଛତ୍ର ବ୍ୟବସ୍ଥା କରାଯାଇଛି।

