Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଆଞ୍ଚଳିକ

ଅର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ

ପାରଳାଖେମୁଣ୍ଡି( ଜୟ ଓଡିଶା) : -ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ, ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ୨୦୨୫ ପାଳିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବକାରୀ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରଦୀପ କୁମାର ସାହୁ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମାଧବନନ୍ଦ ନାୟକ, ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ମହମ୍ମଦ ମୁବାରାକ୍ ଅଲ୍ଲୀ ଓ ବ୍ରହ୍ମ କୁମାରୀ ସୁଜାତା ଭଉଣୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ହୋଇଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ | ଏହି ଅବସରରେ ଗଜପତି ଜିଲ୍ଲାର ନିଶା ନିବାରଣ କେନ୍ଦ୍ରରେ ଚିକିତ୍ସିତ ହୋଇ ସୁସ୍ଥ ଓ ସଫଳ ଜୀବନଯାପନ କରୁଥିବା ଗୁମ୍ମା ବ୍ଲକର କୃଷ୍ଣଚନ୍ଦ୍ର ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ବ୍ରହ୍ମକୁମାରୀ ଶାଖା, ପାରଳାଖେମୁଣ୍ଡିର ଭାଇ ଓ ଭଉଣୀ ମାନେ ଓ ଗଜପତି ଜିଲ୍ଲାର ଟାଲେଣ୍ଟ ଡାନ୍ସ ଦଳର କଳାକାରମାନେ ସଚେତନତାମୂଳକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ । ସକାଳ ୬.୩ ମିନିଟ୍ ସମୟରେ ସହରରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସ୍ଥାନୀୟ ଜନତା, ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ନେଇ ଏକ ସଚେତନତା ପଦଯାତ୍ରା ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପର୍ଯ୍ୟନ୍ତ କରାଯାଇଥିଲା । ଏହି ସଚେତନତା ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀ, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।

editor jai odisha by editor jai odisha
June 29, 2025
in ଆଞ୍ଚଳିକ
0
ଅର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ ପାଳିତ
0
SHARES
2
VIEWS
Share on FacebookShare on Twitter
Previous Post

ଏବେବି ବଞ୍ଚିରହିଛି ତାଳ ପତ୍ର ତଲାରୀର ଚାହିଦା

Next Post

ଆଜି ମତ୍ସ୍ୟ ଓ କଛପ ଅବତାରରେ ଠାକୁରଙ୍କୁ ଦର୍ଶନ କଲେ ଭକ୍ତ

editor jai odisha

editor jai odisha

Next Post
ଆଜି ମତ୍ସ୍ୟ ଓ କଛପ ଅବତାରରେ ଠାକୁରଙ୍କୁ ଦର୍ଶନ କଲେ ଭକ୍ତ

ଆଜି ମତ୍ସ୍ୟ ଓ କଛପ ଅବତାରରେ ଠାକୁରଙ୍କୁ ଦର୍ଶନ କଲେ ଭକ୍ତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In